ରାଜ୍ୟରେ ୨୪ ଘଣ୍ଟାରେ ୫୨୯ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୬ ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୨୪ ଘଣ୍ଟାରେ ୫୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ୍‌ ହାର ରହିଛି ୦.୯୪ ପ୍ରତିଶତ । ୫୨୯ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୬୨ ଜଣ ।

ଆଜି ଖୋର୍ଦ୍ଧାରୁ ୨୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ୫୬ ହଜାର ୯୩ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ଏବେ ଆକ୍ଟିଭ କେସ୍‌ ରହିଛି ୫ ହଜାର ୧୪୧ । ସେହିପରି ୨୪ ଘଣ୍ଟାରେ ଗଲା ୬ ଜୀବନ ।

ସୂଚନା ମୁତାବକ, ଗତକାଲି  ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା । ବିଗତ ଏକ ସପ୍ତାହ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଉପରକୁ ରହୁଥିବାବେଳେ ଗତକାଲି ତାହା ୫୦୦ ତଳକୁ ଖସିଆସିଥିଲା। ଏହି ୪୪୮ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣଙ୍କ ବୟସ ୧୮ ବର୍ଷରୁ କମ ଥିଲା। ସେହିପରି ମୋଟ ୪୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୯ ଜଣ କ୍ବାରାଣ୍ଟାଇନରୁ ଓ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସରକାରୀ ତଥ୍ୟରୁ ଜଣାପଡ଼ିଥିଲା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ଚିହ୍ନଟ ହୋଇଥିବା ୪୪୮ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୪୮ ଜଣ,  ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୪ ଜଣ, ଗଜପତି ଓ ଗଞ୍ଜାମରୁ ଜଣେ ଲେଖାଏଁ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟ ଓ ମାଲକାନଗିରିରୁ ୨ଜଣ ଲେଖାଏଁ, ମୟୁରଭଞ୍ଜରୁ ୧୭ ଜଣ, ନବରଂଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହା ସହିତ ଗତକାଲି ୬ଜଣଙ୍କ ଜୀବନ ନେଇଥିଲା କରୋନା।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.