ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୨ ସଂକ୍ରମିତ ଚିହ୍ନଟ, ୭ ମୃତ

ଭୁବନେଶ୍ୱର(କେନ୍ଯୁଜ୍) : ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ଗ୍ରାଫ୍ । ଦୁଇ ଦିନ ହେବ ରାଜ୍ୟରେ ୫୦୦ ଉପର ରହୁଛି ସଂକ୍ରମଣ । ଗତକାଲି ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୫୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଆକ୍ରାନ୍ତ ଅଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୩୭ ଜଣ ଓ ଲୋକାଲ୍ କେସରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି ।

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ରାଜ୍ୟରେ ଆଉ ୭ ଜଣ କରୋନାରେ ଜୀବନ ହାରିଛନ୍ତି । କଟକ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ଓ ଢେଙ୍କାନାଳ, ଜଗତସିଂହପୁର, ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ ।

୫୮୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିର ୩ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୨ଜଣ, ଢ଼େଙ୍କାନାଳରୁ ୪ ଜଣ, ଗଜପତି ୫, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୨୪ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧ ଜଣ , କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଖୋର୍ଦ୍ଧାରୁ ୨୮୨ ଜଣ, କୋରାପୁଟରୁ ୧ଜଣ, ମୟୁରଭଞ୍ଜରୁ ୨୨ଜଣ, ନବରଙ୍ଗପୁରର ୧ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୨୧ ଜଣ, ସମ୍ବଲପୁରରୁ ୨୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟପୁଲରୁ ୬୬ ଜଣ ଚିହ୍ନଟ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.