ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଉ ୪୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ୍ ହାର ରହିଛି ୦.୮୭ପ୍ରତିଶତ । ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୪୫୭ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୭୩ ଜଣ ।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୫୨ ହଜାର ୧୩୦ କୋଭିଡ୍ ଟେଷ୍ଟିଂ ହୋଇଛି। ରାଜ୍ୟରେ ଏବେ ଆକ୍ଟିଭ୍ କେସ୍ ରହିଛି ୫ ହଜାର ୯୪୮ ।