ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ୍‌ ଚିହ୍ନଟ, ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୦ ଜଣ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି କରୋନା ଗ୍ରାଫ୍‌। ଅଗଷ୍ଟ ୧ରେ ୧୪୩୭ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧ରେ ୧.୯୨ ପ୍ରତିଶତ ପଜିଟିଭ ହାର ଥିବା ବେଳେ ଆଜି ରହିଛି ୧.୧୧ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୬୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆକ୍ଟିଭ୍‌ କେସରେ କେବଳ ଖୋର୍ଦ୍ଧା ଜିଲ୍ଲା ରେଡ୍‌ ଜୋନରେ ରହିଛି। ପଜିଟିଭିଟିରେ ସବୁ ଜିଲ୍ଲା ଗ୍ରୀନ ଜୋନରେ ରହିଛି। ୬୩୮ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୦ ଜଣ । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ୨୫୫ । ୨୪ ଘଣ୍ଟାରେ ୫୭ହଜାର ୨୮୦ କୋଭିଡ୍‌ ଟେଷ୍ଟିଂ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.