ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୬୭ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ଏବଂ ୭୭୧ ଜଣ ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଛି।

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୦ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ କଟକରୁ ୨୪୩, ପୁରୀରୁ ୧୩୯, ବାଲେଶ୍ୱରରୁ ୧୨୯ ଓ ଯାଜପୁରରୁ ୧୧୦ ଜଣ ଅଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୭୭ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ଭଦ୍ରକରୁ ୮୯, ବଲାଙ୍ଗିରରୁ ୨, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧୩, ଗଜପତିରୁ ୧୬, ଗଞ୍ଜାମରୁ ୯, ଜଗତସିଂହପୁରରୁ ୬୧, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୬, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୮୭, କେନ୍ଦୁଝରରୁ ୨୪, କୋରାପୁଟରୁ ୯, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୫୯, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨୮, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୨୩, ସୋନପୁରରୁ ୧୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.