ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୭ ନୂଆ ସଂକ୍ରମିତ ଚିହ୍ନଟ, ୬୯ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୭ ନୂଆ ସଂକ୍ରମିତ ଚିହ୍ନଟ। ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୩୧ ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୩୨୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟ ସମସ୍ତ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ ।

ଆଜି ଆଉ ୬୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୬୮ ହଜାର ୭୧୭ କୋଭିଡ୍‌ ଟେଷ୍ଟିଂ ହୋଇଛି । ପଜିଟିଭ ହାର ରହିଛି ୧.୨୯ ପ୍ରତିଶତ । ଏବେ ଆକ୍ଟିଭ୍‌ କେସ୍‌ ରହିଛି ୮ ହଜାର ୨୨୬ ।

Leave A Reply

Your email address will not be published.