ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୧୯ କରୋନା ପଜିଟିଭ୍‌ ଚିହ୍ନଟ, ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୨୫ ଜଣ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମୁଛି କରୋନା ଗ୍ରାଫ୍‌। ଗତ ୨୪ ଘଣ୍ଟାରେ ୭୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ପଜିଟିଭ ହାର ରହିଛି ୧.୧୧ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆକ୍ଟିଭ୍‌ କେସରେ କେବଳ ଖୋର୍ଦ୍ଧା ଜିଲ୍ଲା ରେଡ୍‌ ଜୋନରେ ରହିଛି। ପଜିଟିଭିଟିରେ ସବୁ ଜିଲ୍ଲା ଗ୍ରୀନ ଜୋନରେ ରହିଛି। ୭୧୯ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୨୫ ଜଣ । ୨୪ ଘଣ୍ଟାରେ ୬୪ହଜାର ୬୫୬ କୋଭିଡ୍‌ ଟେଷ୍ଟିଂ ହୋଇଛି। ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ୧୫୯ । ଅନ୍ଯପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩ ଜଣଙ୍କ ଜୀବନ ନେଇଛି କରୋନା।

Leave A Reply

Your email address will not be published.