ପୁଣି ଡରାଇଲାଣି କରୋନା: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଆକ୍ରାନ୍ତ

ଭୁବନେଶ୍ୱର(କେନ୍ୟୁଜ୍) :ରାଜ୍ୟରେ ୭୦୦ ପାର୍‌ କଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୪୩ ପଜିଟିଭ୍‌ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଆକ୍ରାନ୍ତ ଚିହ୍ନଟ ରହିଛନ୍ତି । କଟକରୁ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୩୬ ଓ ଲୋକାଲ୍‌ କଣ୍ଟାକ୍ଟ’କେସ୍‌ ରହିଛି ୩୦୭ ।

୧୮ ବର୍ଷରୁ କମ ବୟସ ବର୍ଗରେ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ୩ହଜାର ୮୭୮କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୯୫ହଜାର ୩୨୮କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୧୨ଲକ୍ଷ ୮୨ହଜାର ୨୭୦ଜଣ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.