ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ କରୋନା ପଜିଟିଭ୍‌ ଚିହ୍ନଟ, ୧୮ ବର୍ଷରୁ କମ୍ ବର୍ଗରେ ୧୧୭ଜଣ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ପଜିଟିଭ୍‌ ହାର ରହିଛି ୧.୧୮ ପ୍ରତିଶତ । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୭୭୧ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୭ ଜଣ ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧା ଜିଲ୍ଲାକୁ ବାଦ୍‌ ଦେଇ ଅନ୍ୟ ସବୁ ଜିଲ୍ଲାରେ ୧୦୦ ତଳେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ୬୫ ହଜାର ୩୭ କୋଭିଡ୍‌ ଟେଷ୍ଟିଂ ହୋଇଛି। ଏବେ ଆକ୍ଟିଭ୍‌ କେସ୍‌ ରହିଛି ୭ ହଜାର ୪୨ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.