ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯୭ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଏହା ହଜାରେ ତଳକୁ ରହିଛି କରୋନା ସଂକ୍ରମଣ। ଗତକାଲି ୧୦୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।

ଏମାନଙ୍କ ମଧ୍ୟରେ ୧୩୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୭୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୭୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.