କରୋନା ଭାଇରସ

ପେସେଣ୍ଟ ନମ୍ବର ୫୬ଙ୍କର ଆସିଲା ଟ୍ରାଭେଲ୍ ହିଷ୍ଟ୍ରି, ୭ଦିନ ପାଇଁ ସାନତ୍ରିଲୋଚନପୁର ଏବଂ ସଇପୁର ଗାଁ ଘୋଷଣା ହେଲା କଣ୍ଟେନମେଣ୍ଟ ଜୋନ୍‌

ଯାଜପୁର: ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ରେ ପହଞ୍ଚିଛି । ୫୬ ନମ୍ବର ଆକ୍ରାନ୍ତ ଜଣକ ହେଉଛନ୍ତି ଯାଜପୁର ଅଞ୍ଚଳର । ତାଙ୍କ ଘର ଜାଫରପୁର ପଞ୍ଚାୟତର ସାନ ତ୍ରିଲୋଚନପୁର । ଏନେଇ ଯାଜପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

୨୮ତାରିଖରେ ଆକ୍ରାନ୍ତ ବ୍ୟକ୍ତି କୋଲକାତାରୁ ଫେରିଥିଲେ । ସେ ଟାଟା ମ୍ୟାଜିକ୍‌ରେ ଅନ୍ୟ କିଛି ଲୋକଙ୍କ ସହ ପାଣିକୋଇଲି ପର୍ଯ୍ୟନ୍ତ ଆସିଥିଲେ । ସେଠାରୁ ସେ ସଠିପୁର ଦେଇ ନିଜ ଘରେ ପହଞ୍ଚିଥିଲେ । ସେ ଆସିବା ସମୟରେ ୭ରୁ ୮ ଜଣ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି । ସେ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ତାଙ୍କୁ କଟକ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି । ସାନତ୍ରିଲୋଚନପୁର ଏବଂ ସଇପୁର ଗାଁକୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଏହାକୁ ମିଶାଇ ଯାଜପୁରରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Sonalisa

Recent Posts

ରିଳିଜ୍‌ ହେଲା ଫିଲ୍ମ ‘ସରଫିରା’ର ଟ୍ରେଲର, ଦମ୍‌ଦାର ଲୁକ୍‌ରେ ନଜର ଆସିଲେ ଅକ୍ଷୟ କୁମାର

ବଲିଉଡ ଷ୍ଟାର ଅକ୍ଷୟ କୁମାରଙ୍କ ନୂଆ ଫିଲ୍ମ 'ସରଫିରା'ଟ୍ରେଲର ରିଲିଜ୍‌ ହୋଇଛି । ଖିଲାଡୀ କୁମାରଙ୍କ ଅପ୍‌କମିଂ ଫିଲ୍ମ ସରଫିରା…

7 mins ago

ଇକ୍ୱାଡୋରରେ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ; ୮ ମୃତ, ୧୧ ନିଖୋଜ

ଇକ୍ୱାଡୋରରେ ବର୍ଷା ରଚିଛି ତାଣ୍ଡବ । ପ୍ରବଳ ବର୍ଷା ଯୋଗୁଁ ଲୋକଙ୍କୁ ଅନେକ ସମସ୍ୟା ସାମ୍ନା କରିଛନ୍ତି । ମଧ୍ୟ…

8 mins ago

ଧର୍ମଶାଳା ରଜ କୁଇନ ମୁକୁଟ ପିନ୍ଧିଲେ ସୁଭଦ୍ରା

ଯାଜପୁର(କେନ୍ୟୁଜ୍‌) : ସାରା ରାଜ୍ୟରେ ମେଲିଛି ରଜର ଆସର । ଧୁମ୍‌ ଧାମ୍‌ ରେ ଏଥର ସବୁଠି ପାଳିତ ହୋଇଯାଇଛି…

46 mins ago

ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ : ୨୦ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ ସେବା ବନ୍ଦ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ୨୦ ତାରିଖ ସକାଳ ୧୦ଟା ଯାଏଁ ଇଣ୍ଟରନେଟ ସେବା ବନ୍ଦ ।  ଆବଶ୍ୟକ ପଡ଼ିଲେ ଇଣ୍ଟରନେଟ…

1 hour ago

ମହାନତା ଦେଖାଇଲେ ନୟାପଲ୍ଲୀ ଥାନା ଅଧିକାରୀ, ଗୁରୁତର ମହିଳାଙ୍କୁ ପହଁଚାଇଲେ ଡାକ୍ତରଖାନା

ଭୁବନେଶ୍ୱର (କେନ୍ୟୁଜ): ଆମେ ଥାଉ ଖବର ସଂଗ୍ରହ ଅନ୍ୱେଷଣରେ । ସେଦିନର ସଂଧ୍ୟା ସମୟର କଥା ମନରୁ ଲିଭିନୁ। ଘଟଣାଟି…

2 hours ago

ହୋମିଓପାର୍ଥିକ ଫାର୍ମାସିଷ୍ଟ ପଦବୀରେ ଚାକିରି ସୁଯୋଗ, ମାସକୁ ଦରମା ୧ ଲକ୍ଷ ଟଙ୍କା

ଯୁବପିଢି ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଇଚ୍ଛୁକ ପ୍ରାର୍ଥୀ ହୋମିଓପାଥିକ ଫାର୍ମାସିଷ୍ଟ ପଦବୀରେ ଯୋଗ୍ୟ…

2 hours ago