ରାୟଗଡାରେ ୟୁଟର୍ଣ୍ଣ ମାରିଲା କରୋନା: ଝୋଡିଆ ସାହିରେ ୨୭ଜଣ ପଜିଟିଭ ଚିହ୍ନଟ, ଅଂଚଳକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା

ରାୟଗଡା(କେନ୍ଯୁଜ୍): ରାୟଗଡା ଜିଲ୍ଲାରେ ୟୁଟର୍ଣ୍ଣ ମାରିଛି କରୋନା । ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରାୟଗଡା ସହରର ଡିଏଫଓ କଲୋନୀ ନିକଟରେ ଥିବା ଝୋଡିଆ ସାହିରେ ୨୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନ ତରଫରୁ ଏ ଅଂଚଳକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଛି । ୨୭ଟି ପରିବାରକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଭିତରେ ରହିବା ସହ କରୋନା କଟକଣା ମାନି ଚଳିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନା ଥାଉକି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୪୧ ଜଣ କରୋନା ପଜିଟିଭ୍  ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୬ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୫ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.