କରୋନା ଭାଇରସ

ଆସନ୍ତାକାଲି କୋଭିଡ୍ କଟକଣା ଭିତରେ ପାଳନ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ସକାଳ ୯ଟାରେ ମୁଖ୍ୟମନ୍ତ୍ରୀ କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର : ଆସନ୍ତାକାଲି ସ୍ବାଧୀନତା ଦିବସ । ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ୭୪ତମ ସ୍ବାଧୀନତା ଦିବସ ଉତ୍ସବରେ ଅଭିବାଦନ ଗ୍ରହଣ କରିବେ ମାନ୍ଯବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ପ୍ରକାଶ ପାଇଛି କାର୍ଯ୍ୟସୂଚୀ । କାର୍ଯ୍ୟସୂଚୀ ଅନୁଯାୟୀ, ସକାଳ ୮ଟା ୫୮ରେ ମୁଖ୍ୟମନ୍ତ୍ରୀ ପ୍ରଦର୍ଶନୀ ପଡ଼ିଆରେ ପହଞ୍ଚିବେ। ସେଠାରେ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ପ୍ରମୁଖ ଶାସନ ସଚିବ, ପୋଲିସ ଡିଜି, ଏନସିସି ଉପ ମହାନିର୍ଦେଶକ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବେ।

ଏହାପରେ ୯ଟାରେ ମୁଖ୍ୟମନ୍ତ୍ରୀ ପତାକା ଉତ୍ତୋଳନ କରିବେ। ପତାକା ଉତ୍ତୋଳନ ପରେ ପୋଲିସ ବ୍ୟାଣ୍ଡରେ ଜାତୀୟ ସଂଗୀତ ପରିବେଷଣ କରାଯିବ। ଭାଗ ନେଇଥିବା ଓଏସ୍ଏପି, ଏସଏସବି, ଓଡ୍ରାଫ ପ୍ଲାଟୁନ୍‌ଠାରୁ ମୁଖ୍ୟମନ୍ତ୍ରୀ ଅଭିବାଦନ ଗ୍ରହଣ କରିବେ। ଏହାପରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖିବେ।

ଚଳିତ ବର୍ଷ କରୋନା ମହାମାରୀ ପାଇଁ ସମ୍ପୂର୍ଣ୍ଣ କଟକଣାରେ ସ୍ବାଧୀନତା ଦିବସ ପାଳନ କରାଯିବ। ପରେଡରେ ସାମାଜିକ ଦୂରତ୍ବ  ସହ ମାସ୍କ ପିନ୍ଧିବେ ଅଂଶଗ୍ରହଣ କରିଥିବା କର୍ମଚାରୀମାନେ । ସମସ୍ତ ଅଂଶଗ୍ରହଣକାରୀଙ୍କ କୋଭିଡ୍ ପରୀକ୍ଷା କରାଯାଇଛି। ପ୍ରଦର୍ଶନୀ ପଡ଼ିଆରେ କୋଭିଡ୍ ଯୋଦ୍ଧା ଓ ଅତିଥିଙ୍କୁ ମିଶାଇ ପ୍ରାୟ ଶହେ ଜଣ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି କୌଣସି ଗଣମାଧ୍ୟମକୁ ଏ ବର୍ଷ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ସୂଚନା ଦିଆଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ବାରା ପୂରା ଉତ୍ସବର ସିଧା ପ୍ରସାରଣ କରାଯିବ। କାର୍ଯ୍ୟକ୍ରମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Sonalisa

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

11 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

15 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

18 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

31 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

48 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago