Below header

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତୀ ବିଭାଗକୁ ସିଲ୍ କଲା ପ୍ରଶାସନ

କେନ୍ଦୁଝର: କେନ୍ଦୁଝରରେ ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତୀ ବିଭାଗକୁ ସିଲ୍ କରାଯାଇଛି। ଗତକାଲି ଜଣେ ପୁରୁଷ ନର୍ସ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯିବା ସହିତ ସଂପୃକ୍ତ ବିଭାଗକୁ ସିଲ୍ କରାଯାଇଛି।

ଅପରପକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପରିସରରେ ଥିବା ମୁଖ୍ୟ କୋଠାକୁ ସ୍ତ୍ରୀ ଓ ପ୍ରସୂତୀ ବିଭାଗ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି।
ଆକ୍ରାନ୍ତ ପୁରୁଷ ନର୍ସଙ୍କ ସଂସ୍ପର୍ଶରେ ଆସିଥିବା ୪୦ ଜଣଙ୍କୁ ସଙ୍ଗରୋଧରେ ରହିବାକୁ  କେନ୍ଦୁଝର ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଥାଉକି, କେନ୍ଦୁଝର ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଁଚିଛି ।

ରାଜ୍ୟରେ ଆଜି ପୁଣି ୫୭୭ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୨୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.