କରୋନା ଭାଇରସ

ଯାଜପୁର ଜିଲ୍ଲାର ନୂଆ ୩ କରୋନା ସଂକ୍ରମିତଙ୍କର ରହିଛି କୋଲକାତା ଲିଙ୍କ୍, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଯାଜପୁର: ରାଜ୍ୟରେ ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି। ସମସ୍ତ ୩ ସଂକ୍ରମିତଙ୍କର ରହିଛି କୋଲକାତା ଲିଙ୍କ୍‌। ୩ ସଂକ୍ରମିତଙ୍କ ମଧ୍ୟରେ ଜଣେ ଯୁବତୀ ଓ ୨ଜଣ ପୁରୁଷ। ଯୁବତୀଙ୍କ ବୟସ ୧୮ ଓ ପୁରୁଷ ଦୁଇ ଜଣଙ୍କର ୫୬ ଓ ୬୫ ବର୍ଷ। ଜଣେ ଯୁବତୀ ଓ ଜଣେ ପୁରୁଷ କଟିକଟା ଅଞ୍ଚଳର। ଏହି ୨ ଜଣ ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ।

ଅନ୍ୟ ୬୫ ବର୍ଷୀୟ ବୃଦ୍ଧ କୋଲକାତା ଫେରନ୍ତା। ଆଜି ୩ ନୂଆ ପଜିଟିଭ୍‌ ଚିହ୍ନଟ ପରେ ଯାଜପୁର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୧ହଜାର ୬୯୬ଟି ସାମ୍ପଲ ପରୀକ୍ଷା ହୋଇଥିବାବେଳେ ଗତ ୨୪ଘଣ୍ଟାରେ ୨୫୮୮ ନମୁନା ପରୀକ୍ଷା ହୋଇଛି। ବର୍ତ୍ତମାନ ରାଜ୍ୟରେ ୮୮ଜଣ ଚିକିତ୍ସାଧୀନ ଥିବା ବେଳେ ୩୯ଜଣ ସୁସ୍ଥ ହୋଇ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ହୋଇଛି ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…

53 mins ago

ମା’ ଝିଅକୁ ବିଲ ମଝିରେ ହତ୍ୟା କଲା ନାବାଳକ

ଭଦ୍ରକ( କେନ୍ୟୁଜ୍‌): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…

4 hours ago

ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର

ପୁରୀ(କେନ୍ୟୁଜ୍‌): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…

5 hours ago

ଖୋଲିଲା ଭଦ୍ରକ ଜିଲ୍ଲା ବସ୍ ସିଣ୍ଡିକେଟ

ଭଦ୍ରକ (କେନ୍ୟୁଜ୍‌): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…

5 hours ago

ନନ୍ଦନକାନନ ବୁଲି ସମସ୍ୟା ବୁଝିଲେ ନୂଆ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…

6 hours ago

ନବୀନ ହେଲେ ବିରୋଧୀ ଦଳ ନେତା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…

6 hours ago