ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୫ କରୋନା ପଜିଟିଭ ଚିହ୍ନଟ, ୨ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୭୬ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୪୧.୦୮ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୩୨ ପ୍ରତିଶତ । ୧୮୫ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୩୫ ଜଣ । ୨୪ ଘଣ୍ଟାରେ ୫୬ ହଜାର ୮୫୭ କୋଭିଡ ଟେଷ୍ଟିଂ ହୋଇଛି । ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୨ ହଜାର ୭୧୯ ।

ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୬୫୬ ହୋଇଥିଵାବେଳେ ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୩୪ ହଜାର ୫୦୫ ଜଣ ସୁସ୍ଥ ହୋଇଛନ୍ତି | ବର୍ତ୍ତମାନ ୨୭୧୯ଟି ସକ୍ରିୟ ମାମଲା ରହିଛି । ସେହିପରି ଆଜି ରାଜ୍ୟରେ କରୋନା ଯୋଗୁଁ ୨ ଜଣଙ୍କର ମୃତ୍ୟୁ ଘଟିଛି, ସେମାନଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ୬୬ ବର୍ଷୀୟ ମହିଳା ଥିବାବେଳେ ଅନ୍ୟ ଜଣେ ଖୋର୍ଦ୍ଧାର ୫୯ ବର୍ଷୀୟ ପୁରୁଷ ଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି |

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.