ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

ସୂଚନା ଥାଉକି, ରାଜ୍ୟରେ ଆଜି ପୁଣି ଚିହ୍ନଟ ହୋଇଛନ୍ତି ୧୩୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି । ୨୧ଟି ଜିଲ୍ଲାରୁ ଏହି ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ସର୍ବାଧିକ ୨୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.