ସାବିତ୍ରୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଲେ ମା’ ବିରଜା, କୃପା ଭିକ୍ଷା କଲେ ଶହ ଶହ ଶ୍ରଦ୍ଧାଳୁ

ଏଥିପାଇଁ ମନ୍ଦିର ପରିସରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ପ୍ରାତଃ ସମୟରେ ମା’ଙ୍କୁ ସ୍ନାନ କରାଯାଇ ସ୍ୱତନ୍ତ୍ର ଭାବେ ସାବିତ୍ରୀ ବେଶରେ ସଜ୍ଜିତ କରାଯାଇ ପିଠା ଭୋଗ ନୈବେଦ୍ୟ ଅର୍ପଣ କରାଯାଇଛି । ଏହି ଦିନରେ ମା’ଙ୍କର ଏହି ଦର୍ଶନ ପାଇଁ ଯାଜପୁର ସମେତ ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁମାନେ ମନ୍ଦିରରେ ପହଞ୍ଚିଛନ୍ତି ।

ମା’ବିରଜାଙ୍କ ସ୍ୱନକ୍ଷତ୍ର ଦିବସ ପାଇଁ ଭକ୍ତଙ୍କ ସୁଅ ଛୁଟୁଛି । ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କର ସ୍ୱନକ୍ଷତ୍ର ଦିବସ । ଏଥିପାଇଁ ମାଙ୍କୁ ଦର୍ଶନ କରିବା ଓ କୃପା ଭିକ୍ଷା କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଜମିଛି । ଏଥିପାଇଁ ମନ୍ଦିର ପରିସରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ପ୍ରାତଃ ସମୟରେ ମା’ଙ୍କୁ ସ୍ନାନ କରାଯାଇ ସ୍ୱତନ୍ତ୍ର ଭାବେ ସାବିତ୍ରୀ ବେଶରେ ସଜ୍ଜିତ କରାଯାଇ ପିଠା ଭୋଗ ନୈବେଦ୍ୟ ଅର୍ପଣ କରାଯାଇଛି । ଏହି ଦିନରେ ମା’ଙ୍କର ଏହି ଦର୍ଶନ ପାଇଁ ଯାଜପୁର ସମେତ ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁମାନେ ମନ୍ଦିରରେ ପହଞ୍ଚିଛନ୍ତି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ପବିତ୍ର ତ୍ରିବେଣୀ ଅମାବାସ୍ୟା ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ହୋଇ ଉଠିଛି ଚଳଚଞ୍ଚଳ । ଆଜିର ଦିନରେ ବ୍ରହ୍ମାଙ୍କ ଯଜ୍ଞ କୁଣ୍ଡରୁ ଆର୍ବିଭୂତା ହୋଇଥିଲେ ମା’ ବିରଜା । ପ୍ରାତଃ ୬ଟା ୧୫ ମିନିଟ ସମୟରେ ମାଙ୍କୁ ମହାସ୍ନାନ କରାଯାଇ ଷୋଡଷ ଉପଚାରରେ ପୂଜାର୍ଚ୍ଚନା କରାଯାଇଛି । ପରେ ସାବିତ୍ରୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ମା’ । ମନ୍ଦିର ପରିସରରେ ବେଦମନ୍ତ୍ର ପାଠ କରାଯାଇ ମା’ଙ୍କୁ ଆବାହନ କରାଯାଇଥିଲା । ମା’ଙ୍କ ଜନ୍ମଦିନରେ ମାଙ୍କୁ ସାବିତ୍ରୀ ବେଶରେ ଦର୍ଶନ କରି କୃପା ଭିକ୍ଷା କରିଛନ୍ତି ଶହ ଶହ ଶ୍ରଦ୍ଧାଳୁ ।

ମା’ଙ୍କ ସ୍ୱନକ୍ଷତ୍ର ଦିବସ ଅବସରରେ ମନ୍ଦିରକୁ ସୁନ୍ଦର ଭାବେ ପ୍ରଶାସନ ପକ୍ଷରୁ ସଜ୍ଜିତ କରାଯାଇଛି । ମନ୍ଦିର ବାହାରେ ସୁନ୍ଦର ବାଲୁକା କଳା ମାଧ୍ୟମରେ ମା’ଙ୍କୁ ଆରାଧନା କରାଯାଇଛି । ସନ୍ଧ୍ୟାରେ ମନ୍ଦିର ପ୍ରଶାସନ ପକ୍ଷରୁ ଭଜନ ସନ୍ଧ୍ୟା ସମେତ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପୋଲିସ ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି । ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ଭିତରେ ଓ ବାହାରେ ବ୍ୟାପକ ପୋଲିସ ମୁତୟନ ମଧ୍ୟ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.