ମନୋରଂଜନ

ସୁଟିଂ ବେଳେ ‘ଆଶିକୀ’ ଷ୍ଟାର ରାହୁଲ ରୟଙ୍କର ହେଲା ବ୍ରେନ୍‌ ଷ୍ଟ୍ରୋକ୍‌, ଆଇସିୟୁରେ ଭର୍ତ୍ତି

ସୁପରହିଟ୍‌ ମ୍ୟୁଜିକାଲ ଡ୍ରାମା ଫିଲ୍ମ ‘ଆଶିକୀ’ ଯୋଗୁ ଲାଇମ୍‌ ଲାଇଟ୍‌କୁ ଆସିଥିବା ଅଭିନେତା ରାହୁଲ ରୟଙ୍କର ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମୁମ୍ବାଇର ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାହୁଲ ଶ୍ରୀନଗରରେ ଫିଲ୍ମ ‘କାରଗିଲ’ର ସୁଟିଂ କରୁଥିବା ବେଳେ ତାଙ୍କର ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଛି।

ସୂଚନାନୁଯାୟୀ, ‘କାରଗିଲ’ର ସୁଟିଂ ବେଳେ ରାହୁଲଙ୍କର ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଥିଲା। ଏହା ପରେ ତାଙ୍କୁ ଆନନ କାନନସ୍ଥିତ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ଅବସ୍ଥା ଗୁରୁତର ଅଛି। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବାନୁସାରେ, ରାହୁଲଙ୍କ ମୁଣ୍ଡର ବାମପଟେ ରକ୍ତ ଜମାଟ ବାନ୍ଧିଛି। ସେ ସୁସ୍ଥ ହେବାକୁ ଆହୁରି ସମୟ ଲାଗିବ। ସୋସିଆଲ ମିଡିଆରେ ରାହୁଲଙ୍କର ଫଟୋ ଏବେ ଭାଇରାଲ ହେଉଛି।

ରିପୋର୍ଟ ମୁତାବକ, କାରଗିଲ ଫିଲ୍ମର ସୁଟିଂ ପାହାଡ଼ ଉପରେ ହେଉଥିଲା। ଅଧିକ ଉଚ୍ଚତା ଯୋଗୁ ସେଠାରେ ଅମ୍ଳଜାନର ଅଭାବ ଥିଲା। ଏଣୁ ଟିମ୍‌ର ସଦସ୍ୟଙ୍କୁ ନିଃଶ୍ୱାସ ନେବାରେ ସମସ୍ୟା ହେଉଥିଲା। ପ୍ରକାଶ ଯେ, ୧୯୯୦ ମସିହାରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଆଶିକୀ’ ଜରିଆରେ ରାହୁଲ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ସେତେବେଳେ ଏହି ଫିଲ୍ମ ସୁପରଡୁପର ହିଟ୍‌ ହୋଇଥିଲା। ମାତ୍ର ରାହୁଲ ବଲିଉଡ୍‌ରେ ଅଧିକ ଦିନ ତିଷ୍ଠି ପାରିନଥିଲେ।

WCW 11

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

10 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

20 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

31 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

59 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago