କମେଡିଆନ୍‌ ରାଜୁ ଶ୍ରୀବାସ୍ତବଙ୍କୁ ହାର୍ଟ ଆଟାକ୍‌! ଦିଲ୍ଲୀ ଏମ୍ସରେ ଚାଲିଛି ଚିକିତ୍ସା

ଟିଭି ଜଗତର ଜଣାଶୁଣା କମେଡିଆନ୍‌ ରାଜୁ ଶ୍ରୀବାସ୍ତବଙ୍କୁ ନେଇ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ମିଳିଥିବା ଖବର ମୁତାବକ, ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍‌ ନାହିଁ। ଦେହ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିବାରୁ ତାଙ୍କୁ ଦିଲ୍ଲୀର ସରକାରୀ ହସ୍ପିଟାଲ ଏମ୍ସରେ ଭର୍ତ୍ତି କରାଯାଇଛି। ରାଜୁ ଶ୍ରୀବାସ୍ତବଙ୍କୁ ହାର୍ଟ ଆଟାକ୍‌ ଆସିଛି। ଏହି ଖବର ଶୁଣିବା ପରେ ତାଙ୍କ ଫ୍ୟାନମାନଙ୍କୁ ବଡ଼ ଝଟକା ଲାଗିଛି।

ମିଡିଆ ରିପୋର୍ଟ ମୁତାବକ, ରାଜୁ ଏକ ହୋଟେଲର ଜିମ୍‌ରେ ଓ୍ଵାର୍କଆଉଟ କରୁଥିଲେ। ଏହି ସମୟରେ ହଠାତ୍‌ ସେ ଟ୍ରେଡ୍‌ମିଲ ଉପରେ ପଡ଼ି ଯାଇଥିଲେ। ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ବର୍ତ୍ତମାନ ରାଜୁଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଫ୍ୟାନମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। କହିଛନ୍ତି, ରାଜୁ ଶ୍ରୀବାସ୍ତବ ବର୍ତ୍ତମାନ ଉତ୍ତର ପ୍ରଦେଶ ଫିଲ୍ମ ବିକାଶ ପରିଷଦର ଅଧ୍ୟକ୍ଷ ଅଛନ୍ତି।

ରାଜୁ ଶ୍ରୀବାସ୍ତବଙ୍କୁ କମେଡିର ବାଦ୍‌ଶାହ କୁହାଯାଏ। ସେ ଅନେକ ଫିଲ୍ମ ଏବଂ ଟିଭି ଶୋ’ରେ କାମ କରିଛନ୍ତି। ବର୍ଷ ବର୍ଷ ଧରି ରାଜୁ ନିଜର କମେଡି ଦ୍ୱାରା ଲୋକମାନଙ୍କୁ ହସାଇ ଆସୁଛନ୍ତି। ସେ ପିଲାବେଳୁ ହିଁ କମେଡିଆନ ହେବାକୁ ଚାହୁଁଥିଲେ ଏବଂ ନିଜର ଏହି ସ୍ୱପ୍ନକୁ ପୂରା ମଧ୍ୟ କରିଥିଲେ। ରାଜୁ ଶ୍ରୀବାସ୍ତବ ଷ୍ଟେଜ୍‌ ଶୋ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.