ଟିଭି ଜଗତର ଜଣାଶୁଣା କମେଡିଆନ୍ ରାଜୁ ଶ୍ରୀବାସ୍ତବଙ୍କୁ ନେଇ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ମିଳିଥିବା ଖବର ମୁତାବକ, ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ନାହିଁ। ଦେହ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିବାରୁ ତାଙ୍କୁ ଦିଲ୍ଲୀର ସରକାରୀ ହସ୍ପିଟାଲ ଏମ୍ସରେ ଭର୍ତ୍ତି କରାଯାଇଛି। ରାଜୁ ଶ୍ରୀବାସ୍ତବଙ୍କୁ ହାର୍ଟ ଆଟାକ୍ ଆସିଛି। ଏହି ଖବର ଶୁଣିବା ପରେ ତାଙ୍କ ଫ୍ୟାନମାନଙ୍କୁ ବଡ଼ ଝଟକା ଲାଗିଛି।
ମିଡିଆ ରିପୋର୍ଟ ମୁତାବକ, ରାଜୁ ଏକ ହୋଟେଲର ଜିମ୍ରେ ଓ୍ଵାର୍କଆଉଟ କରୁଥିଲେ। ଏହି ସମୟରେ ହଠାତ୍ ସେ ଟ୍ରେଡ୍ମିଲ ଉପରେ ପଡ଼ି ଯାଇଥିଲେ। ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ବର୍ତ୍ତମାନ ରାଜୁଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଫ୍ୟାନମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। କହିଛନ୍ତି, ରାଜୁ ଶ୍ରୀବାସ୍ତବ ବର୍ତ୍ତମାନ ଉତ୍ତର ପ୍ରଦେଶ ଫିଲ୍ମ ବିକାଶ ପରିଷଦର ଅଧ୍ୟକ୍ଷ ଅଛନ୍ତି।
ରାଜୁ ଶ୍ରୀବାସ୍ତବଙ୍କୁ କମେଡିର ବାଦ୍ଶାହ କୁହାଯାଏ। ସେ ଅନେକ ଫିଲ୍ମ ଏବଂ ଟିଭି ଶୋ’ରେ କାମ କରିଛନ୍ତି। ବର୍ଷ ବର୍ଷ ଧରି ରାଜୁ ନିଜର କମେଡି ଦ୍ୱାରା ଲୋକମାନଙ୍କୁ ହସାଇ ଆସୁଛନ୍ତି। ସେ ପିଲାବେଳୁ ହିଁ କମେଡିଆନ ହେବାକୁ ଚାହୁଁଥିଲେ ଏବଂ ନିଜର ଏହି ସ୍ୱପ୍ନକୁ ପୂରା ମଧ୍ୟ କରିଥିଲେ। ରାଜୁ ଶ୍ରୀବାସ୍ତବ ଷ୍ଟେଜ୍ ଶୋ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…