ପୁଣି ବିଗିଡିଲା ଦିଲୀପ କୁମାରଙ୍କ ସ୍ବାସ୍ଥ୍ଯାବସ୍ଥା, ମୁମ୍ବାଇର ହିନ୍ଦୁଜା ଡାକ୍ତରଖାନାରେ ହେଲେ ଭର୍ତ୍ତି

ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଲା । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପତ୍ନୀ ତଥା ବରିଷ୍ଠ ଅଭିନେତ୍ରୀ ସାଇରା ବାନୁ ଦିଲୀପଙ୍କ ଆଡମିଟ୍ ନେଇ ଗଣମାଧ୍ୟମକୁ ଜଣାଇଛନ୍ତି । ସାଇରା ବାନୁ କହିଛନ୍ତି ଯେ ଦିଲୀପ କୁମାରଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିଲା ଏବଂ ଏହି କାରଣରୁ ତାଙ୍କୁ ଆଜି ସକାଳ ୮.୩୦ସମୟରେ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଏଠାରେ ଦିଲୀପ କୁମାରଙ୍କ ସମସ୍ତ ପରୀକ୍ଷା ନିତିନ ଗୋଖଲେଙ୍କ ତତ୍ତ୍ୱାବଧାନରେ କରାଯିବ। ଏବେ ତାଙ୍କ ତତ୍ତ୍ୱାବଧାନରେ ଚିକିତ୍ସା ଚାଲିଛି । ଆପଣ ସମସ୍ତେ ତାଙ୍କ ପାଇଁ ପ୍ରାର୍ଥନା କରନ୍ତୁ ଯେ ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ ବୋଲି ମଧ୍ୟ ପତ୍ନୀ ସାଇରା ବାନୁ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.