ମନୋରଂଜନ

ଏବେ ବି ଖରାପ ଅଛି ଲତା ମଙ୍ଗେସକରଙ୍କ ଅବସ୍ଥା, କେବେ ହସ୍ପିଟାଲରୁ ଡିସ୍‌ଚାର୍ଜ ହେବେ କହିବା ମୁସ୍କିଲ୍‌

ଏବେ ବି ଆଇସିୟୁରେ ଅଛନ୍ତି ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର। ଗତ ସପ୍ତାହେ ହେଲାଣି ସେ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏବେ ବି ତାଙ୍କ ଚିକିତ୍ସା ଜାରି ରହିଛି। ତେବେ ଲତାଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ମୁତାବକ, ଲତା ଏବେ ବି ଆଇସିୟୁରେ ଅଛନ୍ତି ଓ ଏବେ ବି ତାଙ୍କ ଯତ୍ନ ନେବା ଜରୁରୀ। ଏହି କାରଣରୁ ତାଙ୍କୁ ଆଇସିୟୁରେ ଡାକ୍ତରଙ୍କ ଦେଖାରଖାରେ ରଖା ଯାଇଛି।

ଲତା ମଙ୍ଗେସକର କରୋନା ସହ ନିମୋନିଆରେ ବି ପୀଡ଼ିତ ଅଛନ୍ତି। ଏଣୁ ସେ ଡାକ୍ତରଙ୍କ ନଜରରେ ଆଉ କିଛି ଦିନ ରହିବେ। ତେବେ ଲତା ମଙ୍ଗେସକର ହସ୍ପିଟାଲରେ ଆଉ କେତେ ଦିନ ରହିବେ ଏବେ ତାହା କହିବା ସମ୍ଭବପର ନୁହେଁ ବୋଲି ଡାକ୍ତର ମତ ଦେଇଛନ୍ତି। ଡାକ୍ତର କହିଛନ୍ତି, ତାଙ୍କ ସୁସ୍ଥତା ପାଇଁ ପ୍ରାର୍ଥନା କରିବା ଜରୁରୀ। ପୁଣିଥରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଛି। କିନ୍ତୁ ଡାକ୍ତର ଏବେ ଲତାଙ୍କୁ ସୁସ୍ଥ କରିବାକୁ ପ୍ରାଣ ପଣେ ଚେଷ୍ଟା ଜାରି ରଖିଛନ୍ତି। ଏବେ କାହାକୁ ବି ତାଙ୍କ ସହ ସାକ୍ଷାତ କରିବାକୁ ଅନୁମତି ନାହିଁ ବୋଲି ଡାକ୍ତର କହିଛନ୍ତି।

ସୂଚନାଯୋଗ୍ୟ ଯେ ଲତା ମଙ୍ଗେସକରଙ୍କ ଘରେ ଜଣେ ଚାକର କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଲତା ବି ନିଜ ପରୀକ୍ଷା କରାଇଥିଲେ। ତାଙ୍କ ଟେଷ୍ଟ ରିପୋର୍ଟ ବି ପଜିଟିଭ୍‌ ଆସିଛି। ପୂର୍ବରୁ ନଭେମ୍ବର ୨୦୧୯ରେ ନିଃଶ୍ୱାସ ନେବାରେ ସମସ୍ୟା ଉପୁଜିବାରୁ ଏହି ସୁର ସାମ୍ରାଜ୍ଞୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।

WCW 11

Recent Posts

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଥିଲେ, ହେଲେ ଛାଡିଲେନି ଗାଁର ମହିଳା । ସିଧା ଘରକୁ ଗଲେ ଆଉ ପକାଇଲେ…

32 seconds ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

19 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

21 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

56 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago