ମନୋରଂଜନ

ମିଥୁନ ଚକ୍ରବର୍ତ୍ତୀଙ୍କ ଛାତିରେ ଯନ୍ତ୍ରଣା, କୋଲକାତା ହସ୍ପିଟାଲରେ ଭର୍ତ୍ତି

ଅଭିନେତା ତଥା ନେତା ମିଥୁନ ଚକ୍ରବର୍ତ୍ତୀ ଅସୁସ୍ଥ । ତାଙ୍କୁ କୋଲକାତାର ଏକ ଘରୋଇ ହସ୍ପିଟାଲରେ ଆଡ୍‌ମିଟ କରାଯାଇଛି । ସୂତ୍ରରୁ ଜଣାପଡ଼ିଛି, ଅଭିନେତାଙ୍କ ଛାତିରେ ହଠାତ୍‌ ଯନ୍ତ୍ରଣା ହୋଇଥିଲା ଏବଂ ସେ ବିଚଳନ ଅନୁଭବ କରିଥିଲେ । ଏହାପରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଜଲ୍‌ଦି ସୁସ୍ଥ ହେବା ନେଇ ଫ୍ୟାନ୍‌ମାନେ ପ୍ରାର୍ଥନା କରୁଛନ୍ତି ।

୭୩ ବର୍ଷୀୟ ଏହି ଅଭିନେତା ଶନିବାର ସକାଳେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ସାମାନ୍ୟ ଅସ୍ଥିରତା ମଧ୍ୟ ଅନୁଭବ ହୋଇଥିଲା । ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପୂର୍ବରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା କିପରି ଅଛି, ସେ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ ।

ସୂଚନାଥାଉ କି, ନିକଟରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ସମ୍ମାନଜନକ ପଦ୍ମଭୂଷଣ ସମ୍ମାନ ମିଳିଥିଲା । ଏଥିରେ ସମ୍ମାନିତ ହେବା ପରେ ସେ ଖୁସିବ୍ୟକ୍ତ କରି କହିଥିଲେ, ‘ଏହି ପୁରସ୍କାର ପାଇ ମୁଁ ଖୁସି ଅଛି । ମୁଁ ସମସ୍ତଙ୍କୁ ହୃଦୟରୁ ଧନ୍ୟବାଦ ଦେବାକୁ ଚାହୁଁଛି । ମୁଁ କେବେ କାହାକୁ ନିଜ ପାଇଁ କିଛି ମାଗିନାହିଁ । ବିନା ମଗାରେ କିଛି ପାଇବାର ବହୁତ ଖୁସି ଅନୁଭବ ହେଉଛି । ଏହି ଅତ୍ୟନ୍ତ ଅଦ୍ଭୁତ ଏବଂ ଭିନ୍ନ ଅନୁଭବ । ମୋତେ ବହୁତ ଅଧିକ ଭଲ ଲାଗୁଛି’ ।

Roshni

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

9 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

23 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

36 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

37 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago