ଓଡି଼ଆ ସିନେ ଜଗତରୁ ପୁଣି ଆସିଲା ଦୁଃଖ ଖବର: ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ଦେହାନ୍ତ

ଓଡି଼ଆ ସିନେ ଜଗତରୁ ପୁଣି ଆସିଲା ଦୁଃଖ ଖବର।  ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ ।

ଭୁବନେଶ୍ୱର (କେନ୍ୟୁଜ୍‌) :  ଓଡି଼ଆ ସିନେ ଜଗତରୁ ପୁଣି ଆସିଲା ଦୁଃଖ ଖବର।  ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ । ଚିକିତ୍ସାଧିନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡି଼ଛି । ଯାହାକୁ ନେଇ ଓଲିଉଡ଼ ଜଗତରେ ଶୋକର ଛାୟା ଖେଳିଯାଇଛି । ସୂଚନା ଅନୁସାରେ, ଦିର୍ଘ ଦିନ ଧରି ଚକ୍ରଧର ମଧୁମେୟ ରୋଗରେ ପୀଡିତ ଥିଲେ। କିନ୍ତୁ ଗତକାଲି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହୋଇଯାଇଥିଲା । ପରେ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କୁ ଆୟିସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଜାରି ରହିଥିଲା। କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ସେ ଆଖି ବୁଜିଛନ୍ତି ।

ତେବେ ଗତକାଲି ସୋମବାର ସନ୍ଧ୍ୟାରେ ତାଙ୍କର ଦେହାନ୍ତ ଖବର ଶୁଣି ଓଡ଼ିଆ  ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ବିୟୋଗରେ ତାଙ୍କ ପ୍ରିୟଜନ ସ୍ତବ୍ଧ ହୋଇଯାଇଛନ୍ତି । ତେବେ ୧୯୮୩ରେ ଏନ୍ଏସ୍ଡି ବା ଜାତୀୟ ନାଟ୍ୟ ବିଦ୍ୟାଳୟରୁ ଶିକ୍ଷା ଲାଭ କରିଥିବା ଚକ୍ରଧର ଜେନା ହଲିଉଡ ସିନେମା ‘ସିଟି ଅଫ୍ ଜୟ’ ଓ ‘ଇଲେକଟ୍ରିକ ମୁନ୍’ରେ ଅଭିନୟ କରିଛନ୍ତି ।

ତାଙ୍କର ପ୍ରଥମ ଅଭିନୀତି ଓଡ଼ିଆ ସିନେମା ହେଉଛି ‘ପଥର ଖସୁଛି ବଡ଼ ଦେଉଳୁ’ । ଏହାଛଡ଼ା ସେ ଅନେକ ଓଡ଼ିଆ ଫିଲ୍ମ ଓ ସିରିଏଲରେ ନିଖୁଣ ଅଭିନୟର ଛାପ ଛାଡ଼ିଛନ୍ତି । ସେ ଓଡ଼ିଅ ସଙ୍ଗୀତ ନାଟକ ଆକାଡେମୀର ନାଟକ ଚୟନ କ୍ଷେତ୍ରରେ ବି ବିଚାରକ ଭାବେ ଦାୟିତ୍ୱ ତୁଳାଇଛନ୍ତି । ରଣଭୂମୀ, ମାୟା, ଅର୍ଜୁନ, ପ୍ରେମ ୱେଡ୍ସ ପ୍ରିୟା, ରଙ୍ଗିଲା ବାବା, ଭଉଁରୀ ଓ କଥାନ୍ତର ଭଳି ଅନେକ ସିନେମାରେ ଅଭିୟନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.