ମନୋରଂଜନ

ଅନେକ ଦର୍ଶକଙ୍କ ହୃଦୟ ଜିତିଛନ୍ତି ସିଦ୍ଧାନ୍ତ, ତାଙ୍କ ଜନ୍ମଦିନରେ ଜାଣନ୍ତୁ କିଛି ଅଜଣା କଥା

ଆଜି ଓଲିଉଡର ସୁପରଷ୍ଟାର ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କ ଆଜି ଜନ୍ମଦିନ। ମୁନା ଭାଇ ନାମରେ ବେଶ ପରିଚିତ ସିଦ୍ଧାନ୍ତ ଓଲିଉଡ ଇଣ୍ଡଷ୍ଟ୍ରିକୁ ଏକ ନୂଆ ରୂପରେଖ ଦେଇଛନ୍ତି।

ମେ ୪ ତାରିଖ ୧୯୬୬ ମସିହାରେ ବ୍ରହ୍ମପୁରର ଏକ ବ୍ରାହ୍ମଣ ପରିବାରରେ ତାଙ୍କର ଜନ୍ମ। ସିଦ୍ଧାନ୍ତଙ୍କ ମା ଏବଂ ବାପା ଉଭୟ ଡାକ୍ତର। ସେ ବାଣିଜ୍ୟରେ କେନ୍ଦୁଝର ଧରଣୀଧର କଲେଜରୁ ଗ୍ରାଜୁଏସନ କରିଥିଲେ। ଏହାପରେ ସେ ମାଷ୍ଟର ଡିଗ୍ରୀ ପାଇଁ ଦିଲ୍ଲୀ ଚାଲିଯାଇଥିଲେ।

ଏହାପରେ ଫିଲ୍ମ ‘ଶ୍ରଦ୍ଧାଞ୍ଜଳି’ ଜରିଆରେ ଓଲିଉଡ ଜଗତରେ ପାଦ ଥାପିଥିଲେ। ପ୍ରାୟ ୧୫୦ରୁ ଅଧିକ ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଛନ୍ତି। ତାଙ୍କୁ ଓଲିଉଡର ବଡ଼ଶାହ ମଧ୍ୟ କହନ୍ତି। ସିଦ୍ଧାନ୍ତ ୨୦୦୪ ମସିହାରେ ଓଲିଉଡ ଅଭିନେତ୍ରୀ ମାମା ମିଶ୍ରଙ୍କୁ ବିବାହ କରିଥିଲେ। ସେ ଦୁଇଥର ୨୦୦୯ ଓ ୨୦୧୪ ମସିହାରେ ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

ତେବେ ଆଜି ତାଙ୍କ ଜନ୍ମଦିନରେ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ରଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛୁ।

Pritiparna

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

29 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

31 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

37 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

46 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

46 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago