ମନୋରଂଜନ

ତେଲୁଗୁ ଇଣ୍ଡଷ୍ଟ୍ରୀର ଲୋକପ୍ରିୟ ଅଭିନେତା ଚଲପତି ରାଓଙ୍କ ନିଧନ, ହାର୍ଟଆଟାକ ଯୋଗୁଁ ହେଲା ମୃତ୍ୟୁ

ତେଲୁଗୁ ଇଣ୍ଡଷ୍ଟ୍ରୀର ଲୋକପ୍ରିୟ ଅଭିନେତା ଚଲପତି ରାଓଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ତେବେ ଆଜି ସକାଳ ହାର୍ଟଆଟାକ ଯୋଗୁଁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ହାଇଦ୍ରାବାଦର ବଞ୍ଜାରା ହିଲ୍ସରେ ଥିବା ନିଜ ପୁଅ ତଥା ଅଭିନେତା-ଫିଲ୍ମ ନିର୍ମାତା ରବି ବାବୁଙ୍କ ସହ ରହୁଥିଲେ ଅଭିନେତା ଚଲପତି ରାଓ। ଚଲପତିଙ୍କ ମୃତ୍ୟୁରେ ସମସ୍ତ ସାଉଥ ଇଣ୍ଡଷ୍ଟ୍ରୀରେ ଶୋକର ଛାୟା ଖେଳିଯାଇଛି। ନିଜ କ୍ୟାରିଅରରେ ୬୦୦ ଫିଲ୍ମରେ ଅଭିନୟ କରିଛନ୍ତି ।

ଚଲପତି ରାଓଙ୍କ ପରିବାର ପକ୍ଷରୁ କୁହାଯାଇଛି ଯେ, ତାଙ୍କ ଝିଅ ଆମେରିକାରୁ ଆସିବା ପରେ ଡିସେମ୍ବର ୨୮ରେ ଅଭିନେତାଙ୍କ ଶେଷ ରୀତିନୀତି କରାଯିବ। ସେ ପର୍ଯ୍ୟନ୍ତ ତାଙ୍କ ମୃତଦେହକୁ ସେଲିବ୍ରିଟି ଏବଂ ପ୍ରଶଂସକମାନେ ଶେଷ ଦର୍ଶନ କରିପାରିବେ । ଏହା ପରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ଖବର ମିଳିଛି ।

ସୂଚନାଯୋଗ୍ୟ, ୧୯୪୪, ମେ ୮ରେ ଆନ୍ଧ୍ରପ୍ରଦେଶର କୃଷ୍ଣ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ଚଲପତି । ସେ ୧୯୬୬ମସିହାରେ ‘ଘୋଡାଚରି ୧୧୬’ ସହିତ ଇଣ୍ଡଷ୍ଟ୍ରୀରେ ଡେବ୍ୟୁ କରିଥିଲେ। ନିଜ କ୍ୟାରିୟରରେ ସେ ଫିଲ୍ମ ପ୍ରଯୋଜନା କରିବା ସହ ଅଭିନେତା ଏନଟି ରାମା ରାଓ, ନାଗାର୍ଜୁନ, ଭେଙ୍କଟେଶ, କ୍ରିଷ୍ଣା, ଚିରଞ୍ଜିବୀଙ୍କ ଭଳି ଅଭିନେତାଙ୍କ ସହ କାମ କରିଛନ୍ତି।

Swagatika

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

14 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

29 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

44 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

54 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago