‘ଦମନ’ ଫିଲ୍ମ ଟ୍ୟାକ୍ସ ଫ୍ରି, ଚଳଚ୍ଚିତ୍ରକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ‘ଦମନ ‘ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ୍‌ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ବାସ୍ତବ ଜୀବନରେ ମାଲାକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜଭୁତ୍‌ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। କୋଭିଡ୍‌ ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ , ସେଭଳି କାମ କଲେ ଆମେ ଏକ ସୁସ୍ଥ ଓ ସଚେତନ ସମାଜର ବିକାଶ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ୱାସ ପ୍ରକଟ କରିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.