ମନୋରଂଜନ

ଆଲିଆ ଭଟ୍ଟଙ୍କ ପାଇଁ କ୍ୟାମେରା ସାମ୍ନାରେ କାନ୍ଦି ପକାଇଲେ ସାରା, ଦେଖନ୍ତୁ ଭିଡିଓ

ଅଭିନେତ୍ରୀ ତଥା ସୈଫ ଅଲ୍ଲୀ ଖାନ୍‌ଙ୍କ ଝିଅ ସାରା ଅଲ୍ଲୀ ଖାନ୍‌ ବର୍ତ୍ତମାନ ବଲିଉଡ୍‌ରେ ଏକ ଚର୍ଚ୍ଚିତ ଚେହେରା। କେଦାରନାଥ ଫିଲ୍ମ ଜରିଆରେ ସିନେମା ଜଗତରେ ପ୍ରବେଶ କରିଥିବା ସାରା ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତେବେ ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସାରା ଅଲ୍ଲୀ ଖାନ୍‌ କାନ୍ଦୁଥିବା ଦେଖାଯାଇଛି।

ଦେଖନ୍ତୁ ଭିଡିଓ:

ତେବେ ଭିଡିଓରେ ପ୍ରକୃତ ସାରା କାନ୍ଦୁ ନାହାନ୍ତି। ଏକ ଇଭେଣ୍ଟରେ ସେ ଆକ୍ଟିଂ କରୁଛନ୍ତି। ୨୦୧୯ ମିସିହାରେ ରିଲିଜ୍‌ ହୋଇଥିବା ଗଲିବୟ ଫିଲ୍ମରେ ଆଲିଆ ଭଟ୍ଟ ରଣବୀର ସିଂହଙ୍କ ଗର୍ଲଫ୍ରେଣ୍ଡ ଭାବେ ଅଭିନୟ କରିଥିଲେ। ଏହି ଫିଲ୍ମରେ ଆଲିଆ ଏକ ଡାଇଲଗ୍‌ରେ କହିଥିଲେ ଯେ ‘ମେରେ ବୟଫ୍ରେଣ୍ଡ କେ ସାଥ୍‌ ଗୁଲୁ ଗୁଲୁ କରେଗି ତୋ ଧୋପ ଦୁଙ୍ଗା ନା’। ସାରା ଏହି ଡାଇଲଗ୍‌କୁ ତିନି ପ୍ରକାରର ଅନ୍ଦାଜରେ କହୁଥିଲେ ଓ ସେଥିରୁ ଗୋଟିଏ ଥିଲା କାନ୍ଦି କାନ୍ଦି କହିବା।

ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବା ପରେ କିଛି ଲୋକ ଏହାକୁ କ୍ୟୁଟ୍‌ କହୁଥିବା ବେଳେ ଆଉ କିଛି ଓଭର ଆକ୍ଟିଂ ବୋଲି କହୁଥିବା ଦେଖାଯାଇଛି। ସୂଚନାଯୋଗ୍ୟ ଯେ ସାରାଙ୍କୁ ଆଗକୁ କୁଲି ନମ୍ବର ୧ରେ ଦେଖିବାକୁ ମିଳିବ। ଏହି ଫିଲ୍ମରେ ସାରା ଅଲ୍ଲୀ ଖାନଙ୍କ ସହ ମୁଖ୍ୟ ଭୂମିକାରେ ନଜର ଆସିବେ ବରୁଣ ଧଓ୍ଵନ।

WCW 11

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

2 hours ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

3 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago