କମିଲା ସୁନା ଦର, ଆଜି ହିଁ ଘରକୁ ଆଣନ୍ତୁ ନିଜ ପସନ୍ଦର ଗହଣା

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୮୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୪୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୯୫୦ ଟଙ୍କା ଓ ୪୯,୪୫୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧,୫୮୦ ଟଙ୍କା ଓ ୫୦,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୯୮୦ ଟଙ୍କା ଓ ୫୦,୪୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୯୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୬୦୦ ଟଙ୍କା ଓ ୫୦,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୯,୦୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.