ଆଜି ହିଁ କିଣି ଆଣନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ମୂଲ୍ଯ

କେନ୍ଯୁଜ୍: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭, ୯୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୯୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୪୯୦ ଟଙ୍କା ଓ ୪୯,୬୪୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୯୬୦ ଟଙ୍କା ଓ ୪୮,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୩୯୦ ଟଙ୍କା ଓ ୫୧,୦୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଅପରିବର୍ତ୍ତିତ ରହିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.