ସୁନା ଦରରେ ଆସିଛି ପରିବର୍ତ୍ତନ। ଗତକାଲି ଅପେକ୍ଷା ପୁଣି କମିଛି ସୁନା ଦର। ଗତକାଲି ତୁଳନାରେ ଆଜି ସୁନା ଦାମ ୫୦୦ ଟଙ୍କା କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୯୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୯୧୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୦୦୦ ଟଙ୍କା ଓ ୪୯,୬୪୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୯୧୦ ଟଙ୍କା ଓ ୪୮,୯୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୧୪୦ ଟଙ୍କା ଓ ୫୨,୫୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୦୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୨୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୧୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୫୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।