ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର, ଆଜି ପୁଣି କମିଲା ସୁନା ଦାମ୍

ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ଦିନକୁ ଦିନକୁ ଦିନ କମୁଛି ସୁନା ଦର। ଆଜି ଭାରତୀୟ ବଜାରରେ ଉଭୟ ୨୨ କ୍ୟାରେଟ ଏବଂ ୨୪ କ୍ୟାରେଟ ସୁନା ମୂଲ୍ୟ ହ୍ରାସ ପାଇଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ବଢିଛି ସେହିପରି ୨୪ କ୍ୟାରେଟ ସୁନା ମୂଲ୍ଯ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ବଢି ୪୩,୬୫୦ ଟଙ୍କା ଓ ୪୭,୧୯୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୧୩୦ ଟଙ୍କା ଓ ୪୬,୧୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୪୧୦ ଟଙ୍କା ଓ ୪୯,୪୪୦ ଟଙ୍କା ରହିଛି।

gold

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୭୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୭୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୫୬୦ ଟଙ୍କା ଓ ୪୮,୩୧୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୯,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.