ସ୍ଥିର ଅଛି ସୁନା ଦାମ୍, ଜାଣନ୍ତୁ ଆଜିର ଅପଡେଟ୍

ସ୍ଥିର ଅଛି ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୩୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୯,୫୭୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୮୦୦ ଟଙ୍କା ଓ ୪୭,୭୮୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୧୬୦ ଟଙ୍କା ଓ ୪୫,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୩୭୦ ଟଙ୍କା ଓ ୪୯,୫୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୧୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୧୧୦ ଟଙ୍କା ଓ ୪୮,୮୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ ସ୍ଥିର ଅଛି। ଆଜି କିଲୋଗ୍ରାମ ପ୍ରତି ୬୭,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.