କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଗତକାଲି ତୁଳନାରେ ଆଜି ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି, ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୫୦ ଟଙ୍କା କମିଛି । ସେହିପରି ୨୪ କ୍ୟାରେଟ ସୁନା ଦର ୫୦ ଟଙ୍କା କମିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୮୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୩୦ ଟଙ୍କା ଓ ୫୨,୦୬୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୫୦ ଟଙ୍କା ଓ ୫୦,୮୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୫୦୦ ଟଙ୍କା ଓ ୫୩,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୭୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୦୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୧୦୦ ଟଙ୍କା ଓ ୫୨,୭୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୨,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.