କମିଲା ସୁନା ମୂଲ୍ଯ, ଜାଣନ୍ତୁ କେତେ ହେଲା ଆପଣଙ୍କ ସହରରେ ଦାମ୍

ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୪୭୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୪୭୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୩୧୦ ଟଙ୍କା ଓ ୫୦,୫୧୦ ଟଙ୍କା ଛୁଇଁଛି।

gold (1)

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୪୭୦ ଟଙ୍କା ଓ ୪୯,୪୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୪୬୦ ଟଙ୍କା ଓ ୫୨,୮୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୦୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୨୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୧୦ ଟଙ୍କା ଓ ୫୧,୫୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.