ସୁନା କିଣିବାକୁ ଚାହୁଁଥିଲେ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ମୂଲ୍ଯ

ପୁଣି କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୧୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୦୦ ଟଙ୍କା ଓ ୫୦,୦୭୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୧୦ଟଙ୍କା ଓ ୪୯,୪୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୫୦ ଟଙ୍କା ଓ ୫୨,୪୨୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୮୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୦୫୪ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୦୦ ଟଙ୍କା ଓ ୫୧,୫୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.