ତାଜା ଅପଡେଟ, ଜାଣନ୍ତୁ ଆଜି କେତେ ରହିଛି ସୁନା ମୂଲ୍ୟ

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ଗତକାଲି ଅପେକ୍ଷା ସାମାନ୍ୟ ବଢିଛି ସୁନା ମୂଲ୍ୟ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୮୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୫,୮୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୦୦ ଟଙ୍କା ବୃଦ୍ଧି ପାଇ ୪୪,୦୦୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୩୦ ଟଙ୍କା ବୃଦ୍ଧି ପାଇ ୪୮,୦୦୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୮୬୦ ଟଙ୍କା ଓ ୪୫,୮୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୮୬୦ ଟଙ୍କା ଓ ୫୦,୦୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୬୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୧୦୦ ଟଙ୍କା ଓ ୪୮,୮୧୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୩୦୦ ଟଙ୍କା ବଢ଼ି ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.