ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ

ପୁଣି କମିଲା ସୁନା ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୨୪୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୭୦୦ ଟଙ୍କା ଓ ୪୮,୭୬୪ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୨୪୦ ଟଙ୍କା ଓ ୪୮,୨୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୧୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୩୦ ଟଙ୍କା ଓ ୫୧,୦୩୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୪,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Leave A Reply

Your email address will not be published.