ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ଆଜି ସୁନା ଦାମରେ ପୁଣି ବୃଦ୍ଧି ଘଟିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୬୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୬୪୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୧୬୦ ଟଙ୍କା ଓ ୪୯,୨୨୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୬୪୦ ଟଙ୍କା ଓ ୪୮,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୧୦ ଟଙ୍କା ଓ ୫୧,୬୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୧୦ ଟଙ୍କା ଓ ୫୦,୬୧୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୨,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Leave A Reply

Your email address will not be published.