ଆଜି ଘରକୁ ସୁନା ଆଣିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୮୨୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୮୨୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୦୦ ଟଙ୍କା ଓ ୫୧,୮୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୨୦ ଟଙ୍କା ଓ ୫୦,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୫୦ ଟଙ୍କା ଓ ୫୪,୧୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୧୯୦ ଟଙ୍କା ଓ ୫୨,୮୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.