ହ୍ରାସ ପାଇଛି ସୁନା ମୂଲ୍ୟ, ଜାଣନ୍ତୁ ଆଜି କେତେ ରହିଛି ଦର

ଭାରତୀୟ ବଜାରରେ ସୁନା ମୂଲ୍ୟରେ କିଛିଟା ହ୍ରାସ ଘଟିଥିବା ଦେଖାଦେଇଛି । ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୪ କ୍ୟାରେଟ ସୁନା ଦର ୫୨୧୧୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ସମାନ ଭାବେ ୫୧୧୧୦ଟଙ୍କାରେ ପହଁଚିଥିବା ଜଣାଯାଇଛି । ସେହିପରି ଓଡିଶାର ରାଜଧାନୀ ଭୁବନେଶ୍ୱରରେ ଏହି ମୂଲ୍ୟବାନ ଧାତୁ ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୫୬୦୦ଟଙ୍କା ଓ ୫୧୦୩୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି ।

gold necklace 1

ସେହିପରି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ସାମାନ୍ୟ ଧରଣର ବୃଦ୍ଧି ଘଟିଥିବା ଲକ୍ଷ୍ୟ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୪କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୨୧୧୦ ଟଙ୍କା ଓ ୫୧୧୧୦ଙ୍କା ଥିବା ବେଳେ ଦିଲ୍ଲୀରେ ଏହି ମୂଲ୍ୟ ଯଥାକ୍ରମେ ୫୩୦୧୦ ଟଙ୍କା ଓ ୫୧୮୧୦ ଟଙ୍କା ଥିବା ରେକର୍ଡ ହୋଇଛି । ସେପଟେ ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୪ କ୍ୟାରେଟ

ଓ ୨୨ କ୍ୟାରେଟ ଦର ଯଥାକ୍ରମେ ୫୫୬୧୦ ଟଙ୍କା ଓ ୫୧୦୪୦ ଟଙ୍କା ଥିବା ବେଳେ କୋଲକାତା ସହରରେ ଏହି ଦର ୫୩୧୩୦ ଟଙ୍କା ଓ ୫୧୭୩୦ ଟଙ୍କା ଥିବା ଜଣାଯାଇଛି । ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ ବି ଏକ ବଡ଼ ଧରଣର ପରିବର୍ତ୍ତନ ଆସିଥିବା ଲକ୍ଷ୍ୟ କରାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ୬୩୦୧୦ ଟଙ୍କାରେ ପହଁଚିଥିବା ଜଣାଯାଇଛି ।

Leave A Reply

Your email address will not be published.