ପହିଲି ରଜକୁ ଭିଜାଇବ ବର୍ଷା, ଆସନ୍ତା ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା

ଓଡିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଫଳରେ ଗତକାଲି ଠାରୁ ସମଗ୍ର ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବା ସହ ପ୍ରବଳ ବର୍ଷା କରାଇଛି। ରାଜ୍ୟର ମୌସୁମୀ ବାୟୁର ପ୍ରଭାବ ଫଳରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ରାଜ୍ୟର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବା ସେହିପରି ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ଅନୁମାନ କରାଯାଉଛି। ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଏମିତି ବର୍ଷା ଲାଗିରହିବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଜି ରାଜ୍ୟରେ କିଛି ଜିଲ୍ଲା ଯଥା ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ନୂଆପଡା, ସମ୍ବଳପୁର, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା କରାଯାଉଛି।

Leave A Reply

Your email address will not be published.