ସକାଳୁ ସକାଳୁ ପଢ଼ନ୍ତୁ ଆଜିର ରାଶିଫଳ, ଜାଣନ୍ତୁ ଦିନଟି କେମିତି କଟିବ

ମେଷ : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।

ବୃଷ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମିଥୁନ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

କର୍କଟ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ସିଂହ : ଆଜି ଆପଣଙ୍କ ଚିନ୍ତାନୁଯାୟୀ କାମଗୁଡ଼ିକ ସହଜରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି ହୋଇପାରେ। ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁଙ୍କ ସହଯୋଗରେ କାମ ହାସଲ କରିବେ।

କନ୍ୟା : ଆଜି ବନ୍ଧୁଙ୍କ ସହଯୋଗ ସମସ୍ୟା ସମାଧାନରେ ସାହାଯ୍ୟ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଆନୁଷ୍ଠାନିକ କାମ, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ ଆଲୋଚନା ସକାଶେ ଦିନଟି ମନ୍ଦ ହେବନାହିଁ।

ତୁଳା : ଆଜି ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣଜନିତ ମନସ୍ତାପର କାରଣ ହୋଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତିତ ରହିବାର ସୂଚନା ରହିଛି। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ପାଇବେ। ଜମିଜମା ସମ୍ପର୍କିତ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ।

ବିଛା : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛ। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତିରେ ପ୍ରଶଂସିତ ହେବେ।

ଧନୁ : ଆଜି ଆପଣ ନିଜର କାର୍ଯ୍ୟପଦ୍ଧତି ପରିବର୍ତ୍ତନ କରିବେ। ଯୋଜନା ବଦଳିଯିବା ସାଙ୍ଗକୁ ଗସ୍ତ ମଧ୍ୟ ସ୍ଥଗିତ ରହିଯାଇପାରେ। ଯାନବାହନ, ଗୃହସୀମା, ସଭାସମିତି, ଜମିଜମା, ନିକଟ ସମ୍ପର୍କୀୟ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। ଯାହାକୁ ବେଶୀ ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହୋଇପାରନ୍ତି।

ମକର : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

କୁମ୍ଭ : ଲୋକପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମୀନ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।