Categories: ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆପଣଙ୍କ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ବାସସ୍ଥାନ ନିକଟରେ ରହୁଥିବା ନିଜ ଲୋକମାନଙ୍କ ଦ୍ୱାରା କେତେକ ସୁବିଧା ପାଇବେ ।

ବୃଷ : ଭୁଲ୍ ବୁଝାମଣା କାରଣରୁ ପାରିବାରିକ କଳହକୁ ନେଇ ଅଶାନ୍ତି ଲାଗିରହିପାରେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ, କିନ୍ତୁ ସମ୍ପୂର୍ଣ୍ଣ ଭାବରେ ସନ୍ତୋଷଜନକ ହେବନାହିଁ । ପ୍ରକାଶନ,ପ୍ରଶାସନ, ଆଇନ ଅଦାଲତ, ସାମ୍ବାଦିକତା କ୍ଷେତ୍ର ମନ୍ଦ ହେବନି । ସହକର୍ମୀ କିମ୍ବା ବନ୍ଧୁଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି।

ମିଥୁନ : ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଅଫିସ୍ କାମରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ।

କର୍କଟ : କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ମାନସିକ ସ୍ଥିତି ପୀତିପ୍ରଦ ରହିବ। କେତେକ ନୂତନ କର୍ମାରମ୍ଭ ସକାଶେ ଯୋଜନା ସମ୍ପର୍କରେ ପରିବାର ଲୋକ ମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।

ସିଂହ : ପରିବହନ, ପ୍ଲଟିଙ୍ଗ କାରବାର,ନିର୍ମାଣାଧୀନ କାମକ୍ଷେତ୍ରରେ ଦେଖାଦେଇପାରେ । ପାରିବାରିକ ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହି ନ ପାରେ। ରାଜନୈତିକ କ୍ଷେତ୍ରରେ ଗଠନମୂଳକ କାର‌୍ୟ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।

କନ୍ୟା : ଆଜି ଯାହା ଯେମିତି ଚାହୁଁଛନ୍ତି ତାହା ପାଇବାରେ କୈାଣସି ଅସୁବିଧା ରହିବ ନାହିଁ । ମାଲିମକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯାଇପାରେ। କଠିନ ଶ୍ରମ ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି।

ତୁଳା : ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିବା ସହ କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁ କାଳ କ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। କିନ୍ତୁ ଅର୍ଥବଳର ସାହାଯ୍ୟ ନେଇ ନିଜର କାମରେ ମନଦେଇ କାମଟିକୁ ପୁରା ନକରିବା ଯାଏଁ ଛାଡିବେ ନାହିଁ। ଆଜିର ଯାତ୍ରା ଶୁଭପ୍ରଦ ହେବ କିନ୍ତୁ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡିପାରନ୍ତି।

ବିଛା : କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବାର ସୂଚନା ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରି ସଫଳତା ହାସଲ କରିବେ। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।

ଧନୁ : ନିଜଲୋକ ବୋଲି ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି, ଫଳରେ ଧନହାନୀ ସଙ୍ଗକୁ ଅପଦସ୍ତ ହେବାର ଆଶଙ୍କା ରହିଛି। ପିଲା ମାନଙ୍କ ବିବାହ ସମ୍ପର୍କୀୟ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ଉନ୍ନୟନ ମୂଳକ କାମ ବାଧାପ୍ରାପ୍ତ ହୋଇପାରେ କିନ୍ତୁ ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।

ମକର : କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ଦୂର ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କୈାଣସି ଅସୁବିଧା ହେବ ନାହିଁ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଆକସ୍ମିକ ଯାତ୍ରା ସ୍ଥଗିତ ରହିପାରେ।

କୁମ୍ଭ : ପାରିବାରିକ ସ୍ବାସ୍ଥ୍ୟ କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ ତଥାପି ଯେତିକି ଆଶା କରୁଥିଲେ ନ ହେବାରୁ ଦୁଃଖିତ ହୋଇପାରନ୍ତି। ମହିଳା ମାନଙ୍କ ଦିନଟି ବହୁତ ଭଲରେ କଟିବ।

ମୀନ : ବନ୍ଧୁ ମାନଙ୍କ ସାହାଯ୍ୟ,ସହାନୁଭୂତି ମାଧ୍ୟମରେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନଥିଲେ ମଧ୍ୟ ବିଶେଷ ମନ୍ଦ ହେବନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ଦାୟିତ୍ୱ ନେଇଥିବା କାମଟିକୁ ଅବହେଳା କରି ଅନୁତାପ କରିବେ।

KNews Bureau

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

12 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

21 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

30 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

46 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

1 hour ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago