ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ମନରେ ନୂଆ ବିଚାର ଆସିବ। କୌଣସି କାର୍ଯ୍ୟ କିମ୍ବା ବ୍ୟବସାୟ ଆରମ୍ଭ ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। କୋର୍ଟ-କଚେରି ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

ବୃଷ : ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମିଥୁନ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କର୍କଟ : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ସିଂହ : ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ବ୍ୟବସାୟରେ ଲାଭ। ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ।

ବିଛା : ମନ ପ୍ରଫୁଲ୍ଲ ରହିବ। କୌଣସି ବଡ଼ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌-ଆଲୋଚନା ହୋଇପାରେ। ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ।

ଧନୁ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ମକର : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

କୁମ୍ଭ : ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ଅର୍ଥ ଉପାର୍ଜନ ଲାଗି ନୂଆ ସୁଯୋଗ ମିଳିବ। ପରିବାରରେ ଖୁସି ଦେଖାଯିବ।

ମୀନ : ନୂଆ ରଣନୀତି ଆପଣଙ୍କ ଲାଗି ଲାଭଦାୟକ ହେବ। ମହିଳାମାନେ ଆଗକୁ ବଢ଼ିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।

Pritiparna

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

6 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

9 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

9 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

9 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

11 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

12 hours ago