Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ : ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।

ବୃଷ : ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ : ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।

କର୍କଟ : ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।

ସି˚ହ : ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।

କନ୍ୟା : ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।

ତୁଳା : ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।

ବିଛା : ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।

ଧନୁ : ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।

ମକର : ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।

କୁମ୍ଭ : ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ, ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସ-ଖୁସି‌ରେ ସମୟ କଟିବ।

ମୀନ : ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

Pritiparna

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

4 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

7 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

7 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

7 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

10 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

10 hours ago