Categories: ରାଶିଫଳ

ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।

ବୃଷ : ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।

ମିଥୁନ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

କର୍କଟ : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

ସିଂହ : ଆଜି ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

କନ୍ୟା : ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ।

ତୁଳା : ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁତା କମିଯାଇପାରେ।

 

ବିଛା : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

ଧନୁ : ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟ କରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।

ମକର : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କୁମ୍ଭ : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ମୀନ : ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ।ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

Pritiparna

Recent Posts

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

4 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

20 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

26 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

39 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

2 hours ago