ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।

brushaବୃଷ : ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

mithunaମିଥୁନ : ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।

karkataକର୍କଟ : ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।

singhaସି˚ହ : ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।

kanyaକନ୍ୟା : ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।

tulaaତୁଳା : ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।

bichhaବିଛା : ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।

dhanuଧନୁ : ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।

makaraମକର : ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।

kumbhaକୁମ୍ଭ : ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ, ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସ-ଖୁସି‌ରେ ସମୟ କଟିବ।

minaମୀନ : ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.