ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ । ବ୍ୟବସାୟ, ବାଣିଜ୍ୟ, ସାହିତ୍ୟ,କଳା , ସାମ୍ବାଦିକତା, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ।

ବୃଷ : ଆଜି ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ମିଥୁନ : ଆଜି କର୍ମକ୍ଷେତ୍ରର ସ୍ଥଗିତକାର୍ଯ୍ୟ ସହଜରେ ସମ୍ପନ୍ନ । ସାଧାରଣ କଥାରେ ଯୁକ୍ତିତର୍କ କଲେ କଳହକୁ ନିମନ୍ତ୍ରଣ କରିପାରନ୍ତି। ସରକାରୀ ସ୍ତରରେ ଉପରିସ୍ଥଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରିବା ଭଲ ହେବ।

କର୍କଟ : ଆଜି ସନ୍ତାନଙ୍କର କୌଣସି ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ବନ୍ଧୁଙ୍କ ବ୍ୟବହାରରେ ବିପରୀତ ପ୍ରତିକ୍ରିୟା ପରିଲକ୍ଷିତ ହେବ, ଯାହାକି ମାନସିକ ଚିନ୍ତାକୁ ବଢ଼ାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଲକ୍ଷ୍ୟହାସଲ କରିପାରିବେ।

ସିଂହ : ଆଜି ଯେଉଁ କାମରେ ହାତଦେବେ ନିଶ୍ଚିତ ସଫଳତା ହାସଲ କରି ପାରିବେ। ପାରିବାରିକ ଜୀବନର ସୁଖ, ସୌହାର୍ଦ୍ଦ୍ୟକୁ ନଷ୍ଟ କରିପାରେ। ନୂତନ ନିଯୁକ୍ତି , ସ୍ଥାନାନ୍ତର ପାଇଁ ସାଧାରଣ ବ୍ୟସ୍ତତା ମଧ୍ୟରେ ଆଜିର କାର୍ଯ୍ୟ ସମ୍ପାଦିତ ହେବ। ବ୍ୟବସାୟ, ଜମିଜମାର ବକେୟା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ ।

କନ୍ୟା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

ତୁଳା : ଆଜି ଅର୍ଥ ସମ୍ପର୍କକୁ ନେଇ ପାରିବାରିକ କଳହର ହୋଇପାରେ। ଆନୁଷ୍ଠାନିକ କାମରେ ଆସନ୍ତାକାଲିର କାର୍ଯ୍ୟକ୍ରମ ସକାଶେ କର୍ମବ୍ୟସ୍ତତା ବଢିଯିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିପାରନ୍ତି। ଦୀର୍ଘଦିନରୁ ରହିଆସିଥିବା ଶତ୍ରୁତା  କମିଯାଇପାରେ।

ବିଛା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ଧନୁ : ଆଜି ପାରିବାରିକ ସ୍ଥିତି, ଭ୍ରାତୃ ସମ୍ପର୍କ ପ୍ରାୟତଃ ଭଲ ରହିବ। ରାଜନୈତିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇ ପରିସ୍ଥିତି ସ୍ବାଭାବିକ ହେବ। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

ମକର : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

କୁମ୍ଭ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

ମୀନ : ଆଜି ଦୀର୍ଘଦିନର ବାଦବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ।ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

Pritiparna

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

3 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

4 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

21 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

22 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

26 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

48 mins ago